ବିଜେପିରେ ଯୋଗ ଦେଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଓ ତାଙ୍କ ସ୍ବାମୀ

Advertisment
ବିଜେପିରେ ଯୋଗ ଦେଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଓ ତାଙ୍କ ସ୍ବାମୀ

ଭୁବନେଶ୍ବର: ବିଜେପିରେ ମିଶିଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଓ ତାଙ୍କ ସ୍ବାମୀ ତଥା ବଲାଙ୍ଗୀରର ବରିଷ୍ଠ ଆଇନଜୀବୀ ସରୋଜ ପାଣିଗ୍ରାହୀ। ଉଭୟେ କିଛି ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ। ଏଣେ ନୂଆପଡ଼ାରୁ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ସମ୍ପାଦକ ସରୋଜ ସାହୁ, ଜିଲ୍ଲା ଯୁବ ବିଜେଡି ସଭାପତି ହରିଶ୍ଚନ୍ଦ୍ର ପଣ୍ଡା, ଡ଼ୁମେରପାଣି ସରପଞ୍ଚ ଟିକେରାମ ସାହୁ। ଏମାନଙ୍କ ସହ ଅନେକ ବିଜେଡି କର୍ମୀ ବି ବିଜେପିରେ ସାମିଲ ହୋଇଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ସାଂସଦ ବସନ୍ତ ପଣ୍ଡାଙ୍କ ସହ  ବିଜେପି ଉପସଭାପତି ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe