ସମିତି ସଭ୍ୟା ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା

ସମିତି ସଭ୍ୟା ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା

ହିନ୍ଦୋଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ଗିରିଧରପ୍ରସାଦ ଗ୍ରାମ ପଞ୍ଚାୟତରେ ସମିତି ସଭ୍ୟା ଭାବରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବ୍ଲକ ଅଧ୍ୟକ୍ଷ ପଦ ଅନୁସୂଚିତ ଜାତି (ଏସ୍‌ସି) ମହିଳାଙ୍କ ପାଇଁ ସଂରକ୍ଷିତ ଅଛି। ଏଣୁ ବ୍ଲକ ଅଧ୍ୟକ୍ଷ ହେବା ଆଶାରେ ସେ ପ୍ରାର୍ଥୀପତ୍ର ଦାଖଲ କରିଥିବା କୁହାଯାଉଛି।
publive-image

ସୂଚନାଯୋଗ୍ୟ, କିଛି ଦିନ ତଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃମଣ୍ଡଳୀଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ଶ୍ରୀମତୀ ବେହେରା ରାଜ୍ୟ କାର୍ଯ୍ୟାଳୟରେ  ବିଧିବଦ୍ଧ ଭାବରେ ବିଜେପିରେ ଯୋଗ ଦେଇଥିଲେ ।
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ ତିନି ଥର ବିଜେଡିର ବିଧାୟିକା ଥିଲେ ଅଞ୍ଜଳି। ନବୀନ ପଟ୍ଟନାୟକଙ୍କ ସରକାରରେ ଦୁଇ ଥର ମନ୍ତ୍ରୀ ହେବାର ସୁଯୋଗ ମଧ୍ୟ ପାଇଥିଲେ ସେ। ୨୦୦୦, ୨୦୦୪ ଓ ୨୦୦୯ରେ ବିଜେଡି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୪ରେ ତାଙ୍କୁ ଦଳୀୟ ଟିକେଟ ଦିଆଯାଇନଥିଲା। ପରେ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ତାଙ୍କୁ ବହିଷ୍କାର ମଧ୍ୟ କରିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe