ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠଙ୍କ ପରଲୋକ

Advertisment
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠଙ୍କ ପରଲୋକ

ବରଗଡ଼: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠଙ୍କ ପରଲୋକ ହୋଇଯାଇଛି। ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା।

ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ରବିବାର ଦିନ ୧୨ଟା ବେଳେ ଦେହାନ୍ତ ହୋଇଛି।  ବରଗଡ଼ ଜିଲ୍ଲା ବରପାଲି ନିବାସୀ ସ୍ବର୍ଗତ ସେଠ୍‌ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ ନିର୍ବାଚିତ ହେବା ସହିତ ତତ୍କାଳୀନ ରାଜ୍ୟ ମନ୍ତ୍ରିମଣ୍ଡଳରେ ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ପାଇଥିଲେ।

ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିପକ୍ଷରେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ। ଶନିବାର ସେ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ। ପରେ ତାଙ୍କୁ ବରପାଲିର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କର ଦୁଇ ପୁଅ ଓ ବିଧବା ପତ୍ନୀ ଅଛନ୍ତି।  ରିପୁନାଥ ସେଠଙ୍କ ଦେହାନ୍ତରେ ବରଗଡ଼ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe