ଭୁବନେଶ୍ବର: ଆଜି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଦାୟୀ ମନ୍ତ୍ରୀ। ବିଦାୟୀ ମନ୍ତ୍ରୀମାନଙ୍କ ଭିତରୁ ବିକ୍ରମ କେଶରୀ ଆରୁଖଙ୍କୁ ବାଦ୍ ଦେଲେ ଅନ୍ୟ ସମସ୍ତ ବିଦାୟୀ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କରିଥିବା ଜଣାଯାଇଛି।
ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଅରୁଣ ସାହୁ, ସୁଦାମ ମାରାଣ୍ଡି, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରଘୁନନ୍ଦନ ଦାସ, ପଦ୍ମନାଭ ବେହେରା, ପଦ୍ମିନୀ ଦିଆନ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ।
ଏହି ଅବସରରେ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ଦାୟିତ୍ୱ ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପରଫରର୍ମନ୍ସ ଯୋଗୁଁ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇନି ବୋଲି ମୁଖ୍ୟମନ୍ତ୍ରୀ ବିଦାୟୀ ମନ୍ତ୍ରୀଙ୍କୁ କହିଥିଲେ। ମନ୍ତ୍ରିମଣ୍ଡଳ ବଦଳିବା ସ୍ୱାଭାବିକ ପ୍ରକ୍ରିୟା। କୋଭିଡ ସମୟରେ ଗୁରୁ ଦାୟିତ୍ୱ ବହନ କରିଥିବାରୁ ବିଦାୟୀ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ସେ ଆହୁରି କହିଥିଲେ, ଆପଣମାନେ ଦଳ ପାଇଁ କାମ କରନ୍ତୁ। ଆଗକୁ ୨୦୨୪ ନିର୍ବାଚନ ରହିଛି। ସଙ୍ଗଠନ କଥା ବୁଝନ୍ତୁ। ଦୁଇ ଚାରି ଦିନ ଭିତରେ ଖୁବଶୀଘ୍ର ସଙ୍ଗଠନ ଦାୟିତ୍ୱ ଦିଆଯିବ।
ସଂଗଠନ ଦାୟିତ୍ୱ ବୁଝିବା ପାଇଁ ବିଦାୟୀ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2022/06/CM-on-Ministry-Expansion_Thumbnail.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)