ପତ୍ନୀ ହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ଦୋଷୀ ସାବ୍ୟସ୍ତ, ୨୭ରେ ଦଣ୍ଡ ଘୋଷଣା କରିବେ ଅଦାଲତ

ଗର୍ଭବତୀ ପତ୍ନୀଙ୍କୁ ହତ୍ୟା ମାମଲା: ପୂର୍ବତନ ବିଧାୟକ ଦୋଷୀ ସାବ୍ୟସ୍ତ, ୨୭ରେ ଦଣ୍ଡବିଧାନ

ଭୁବନେଶ୍ବର/ରାୟଗଡ଼ା: ପତ୍ନୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଶନିବାର ଅଦାଲତଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ଶ୍ରୀ ଗମାଙ୍ଗଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।  ଆସନ୍ତା ମଙ୍ଗଳବାର ଦିନ ଅଦାଲତ ଏହି ମାମଲାର ଦଣ୍ଡ ଘୋଷଣା କରିବେ ବୋଲି ଜଣାପଡ଼ିଛି।

ମାମଲାର ବିବରଣୀରୁ ଜଣାଯାଏ ଯେ, ୧୯୯୫ ମସିହା ଅଗଷ୍ଟ ୨୯ ତାରିଖରେ ରାମମୂର୍ତ୍ତି ଗମାଙ୍ଗଙ୍କ ପତ୍ନୀ ଶଶିରେଖା ଗମାଙ୍ଗୋଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଖାରବେଳନଗରରସ୍ଥିତ ଏମ୍‌ଏଲଏ କଲୋନିରେ ଥିବା ସରକାରୀ ଘରୁ ଶଶିରେଖାଙ୍କ ପୋଡ଼ା ମୃତଦେହ ଉଦ୍ଧାର କରାଯାଇଥିଲା। ଘଟଣା ଦିନ ୧୦ଟା ୪୫ ମିନିଟରେ ରାମମୂର୍ତ୍ତି ଗମାଙ୍ଗ ପୁଲିସକୁ ଖବର ଦେଇଥିଲେ ଯେ ତାଙ୍କ ପତ୍ନୀ ଆତ୍ମହତ୍ୟା କରିଛନ୍ତି। ସେହିଦିନ ସକାଳ ୯ଟାରେ ତାଙ୍କ ପତ୍ନୀ ବାଥରୁମ୍‌ ଭିତରେ ଆତ୍ମହତ୍ୟା କରିଥିବା ସେ ପୁଲିସକୁ ସୂଚନା ଦେଇଥିଲେ। ତେବେ ଘଟଣାର ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ, ବରଂ ସୁଚିନ୍ତିତ ହତ୍ୟା ବୋଲି ପୁଲିସ ସନ୍ଦେହ କରିବା ପରେ ସେନେଇ ତଦନ୍ତ ଆଗକୁ ବଢ଼ାଇଥିଲା। ରାମମୂର୍ତ୍ତି ଗମାଙ୍ଗଙ୍କର ଏହି ଘଟଣାରେ ସଂପୃକ୍ତି ଥିବା କଥା ସାମ୍ନାକୁ ଆସିଥିଲା। ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ପ୍ରୟାସ କରାଯାଇଥିଲା ବୋଲି ପୁଲିସ ଜାଣିବାକୁ ପାଇଥିଲା। ସେହି ଆଧାରରେ ପୁଲିସ ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା।

ସୂଚନାଯୋଗ୍ୟ, ୧୯୯୦ରେ ରାମମୂର୍ତ୍ତି ଗମାଙ୍ଗ ଜନତା ଦଳ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ସେ ଜନତା ଦଳ ଛାଡ଼ି ଦେଇଥିଲେ। ୨୦୦୦ ମସିହାରେ ବିଜେପି ଟିକେଟରେ ନିର୍ବାଚନ ଜିତି ଦ୍ୱିତୀୟ ଥର ବିଧାୟକ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe