ଝାରସୁଗୁଡ଼ା ବିଧାୟକଙ୍କ ନିର୍ବାଚନକୁ ଚାଲେଞ୍ଜ, ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଦୀପାଳି ଦାସ

Advertisment
ଝାରସୁଗୁଡ଼ା ବିଧାୟକଙ୍କ ନିର୍ବାଚନକୁ ଚାଲେଞ୍ଜ, ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଦୀପାଳି ଦାସ

କଟକ: ହାଇକୋର୍ଟରେ ଝାରସୁଗୁଡ଼ା ବିଧାନସଭା ଆସନ ନିର୍ବାଚନ ପ୍ରସଂଗ ପହଞ୍ଚିଛି। ପୂର୍ବତନ ବିଧାୟକ ଦୀପାଳି ଦାସ ହାଇକୋର୍ଟରେ ନିର୍ବାଚନୀ ମୋକଦ୍ଦମା ରୁଜୁ କରିଛନ୍ତି। ଝାରସୁଗୁଡ଼ା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା ପାଇଁ ପରାଜିତ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଏହି ମାମଲା ରୁଜୁ କରିଛନ୍ତି।

ନାମାଙ୍କନ ବେଳେ ଶ୍ରୀ ତ୍ରିପାଠୀ ଦାଖଲ କରିଥିବା ସତ୍ୟପାଠ ତ୍ରୁଟିପୂର୍ଣ୍ଣ ଓ ଏଥିରେ ତାଙ୍କ ବିରୋଧରେ ଥିବା ଅପରାଧିକ ମାମଲା ସଂପର୍କିତ ସଂପୂର୍ଣ୍ଣ ତଥ୍ୟ ଉଲ୍ଲେଖ କରାଯାଇ ନାହିଁ ବୋଲି ଆବେଦନରେ ଦର୍ଶାଯାଇଛି। ମିଥ୍ୟା ସତ୍ୟପାଠ ଦେଇଥିବାରୁ ଜନ ପ୍ରତିନିଧି ଆଇନ ଅନୁସାରେ ଶ୍ରୀ ତ୍ରିପାଠୀଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କରାଯାଉ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୯୧୧୦୫ ଖଣ୍ଡ ଭୋଟ ପାଇ ବିଜେପି ପ୍ରାର୍ଥୀ ଶ୍ରୀ ତ୍ରିପାଠୀ ଝାରସୁଗୁଡ଼ା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଅନ୍ୟପକ୍ଷରେ ୮୯୭୭୨ ଖଣ୍ଡ ଭୋଟ ପାଇ ବିଜେଡି ପ୍ରାର୍ଥୀ ଦିପାଳୀ ଦାସ ଦ୍ବିତୀୟ ସ୍ଥାନରେ ରହିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe