ପିପିଲିର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲିର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି: ପୁରୀ ଜିଲ୍ଲା ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ଯୁଧିଷ୍ଠିର ସାମନ୍ତରାୟଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନଧରି ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ  ହୋଇଥିଲା। ତାଙ୍କର ଜଣେ ପୁଅ ଓ ଜଣେ ଝିଅ ଅଛନ୍ତି।

ଯୁଧିଷ୍ଠିର ସାମନ୍ତରାୟ କଂଗ୍ରେସ ଟିକେଟରୁ ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପିପିଲିର ବିଧାୟକ ରହିଥିଲେ। କିନ୍ତୁ ପିପିଲି ନିର୍ବାଚନମଣ୍ଡଳୀରେ କଂଗ୍ରେସର ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ ଯୁଧିଷ୍ଠିର। ଏହାପରେ ଯୁଧିଷ୍ଠିର ଲଗାତାର ୨୦୧୪ ପର୍ଯ୍ୟନ୍ତ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ। କିନ୍ତୁ ସେ ୨୦୧୯ରେ ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା ନ କରିବାର ନିଷ୍ପତ୍ତି ନେଇ କଂଗ୍ରେସ ଟିକେଟ ଫେରାଇ ଦେଇଥିଲେ। ଯୁଧିଷ୍ଠିରଙ୍କ ବିୟୋଗରେ କଂଗ୍ରେସ ଜଣେ ଟାଣୁଆ ସଙ୍ଗଠକଙ୍କୁ ହରାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe