ପୂର୍ବତନ ବିଧାୟକ ସଞ୍ଜୀବ ପ୍ରଧାନଙ୍କୁ ଜାମିନ

କଟକ : ଦେବଗଡ଼ର ପୂର୍ବତନ ବିଧାୟକ ତଥା ବିଜେଡି ନେତା ସଞ୍ଜୀବ ପ୍ରଧାନଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଜାମିନରେ ଛାଡ଼ ପାଇବା ପାଇଁ ସେ ନିମ୍ନ ଅଦାଲତରେ ୫ଲକ୍ଷ ଟଙ୍କା ଜମା କରିବେ। ଏଥିସହିତ ଜଣେ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ପ୍ରଦାନ କରିବା ପାଇଁ ହାଇକୋର୍ଟ ନିମ୍ନ ଅଦାଲତକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଜେ.ପି.ଦାସଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ପ୍ରଧାନଙ୍କ ଜାମିନ ଆବେଦନର ଶୁଣାଣି କରି ଏପରି ରାୟ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବୀରେନ ଶଙ୍କର ତ୍ରିପାଠୀ ମାମଲା ପରିଚାଳନା କରୁଥିଲେ। ଏଠାରେ ସୂଚନା ଯୋଗ୍ୟ ଯେ ଶ୍ରୀ ପ୍ରଧାନଙ୍କୁ ରେଙ୍ଗାଲି ଡ୍ୟାମ ପ୍ରକଳ୍ପ ବାସଚ୍ୟୁତଙ୍କ କ୍ଷତିପୂରଣ ରାଶି ଆତ୍ମସାତ କରିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) ୨୦୧୭, ଅକ୍ଟୋବର ୧୦ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତାଙ୍କ ଜାମିନ ଆବେଦନ ନିମ୍ନ ଅଦାଲତ ଖାରଜ କରିବା ପରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ସମ୍ବନ୍ଧିତ ଖବର