Nation First News
ଭୁବନେଶ୍ୱର : ରାଜ୍ୟର ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ହିନ୍ଦୀ, ସଂସ୍କୃତ ଓ ଶାରୀରିକ ଶିକ୍ଷା ପ୍ରଶିକ୍ଷକ(ପିଇଟି)ଙ୍କ ନିଯୁକ୍ତି ନିମନ୍ତେ ଅକ୍ଟୋବର ୪ ଓ ୫ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ୪ ତାରିଖରେ ହିନ୍ଦୀ ଓ ସଂସ୍କୃତ ଏବଂ ୫ ତାରିଖରେ ପିଇଟିଙ୍କ ପାଇଁ ରାଜ୍ୟର ୨୪ଟି ଜିଲ୍ଲାରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଆସନ୍ତା ୨୫ ତାରିଖ ସୁଦ୍ଧା ପରୀକ୍ଷାର୍ଥୀଙ୍କ ନିକଟକୁ ପ୍ରବେଶପତ୍ର ବା ଆଡ୍ମିଟ୍ କାର୍ଡ ପଠାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଯୁକ୍ତି ସମ୍ପର୍କରେ ବ୍ୟାପକ ଆଲୋଚନା ହୋଇଛି। ଏହି ବୈଠକରେ ବିଭାଗୀୟ ଅତିରିକ୍ତ ଶାସନ ସଚିବ ରଘୁରାମ ଆୟାରଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।
Follow Us