ଭୁବନେଶ୍ବର: ରାଜ୍ୟ ସରକାର ଆଜି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩% ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦%ରୁ ୫୩%କୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।
ସେହିପରି ପେନ୍ସନଭୋଗୀଙ୍କ ଟିଆଇରେ ମଧ୍ୟ ୩% ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢ଼େ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/01/1647368094_1644603585_odisha-legislative-assembly-750x430-1.jpg)