ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଲା

ଭୁବନେଶ୍ବର : ରାଜ୍ୟ ସରକାର ସୋମବାର ଦିନ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩%ବୃଦ୍ଧି କରିଛନ୍ତି। ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି।

ସେହିପରି ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀଙ୍କ ଟି.ଆଇରେ ମଧ୍ୟ ୩% ବୃଦ୍ଧି କରାଯାଇଛି ବୋଲି ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କର୍ମଚାରୀ ଓ ପେନସନ୍‌ଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହ ୨୦୨୨ ଜାନୁଆରିରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତାକୁ ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ସାଢ଼େ ତିନି ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ। ସେହିପରି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ସର୍ବଭାରତୀୟ ସେବା ଅଧିକାରୀମାନଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପୃଥକ ବିଜ୍ଞପ୍ତି ପ୍ରକାଶ ପାଇବ।

ସମ୍ବନ୍ଧିତ ଖବର