ଘୁଞ୍ଚିଲା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜ ପରୀକ୍ଷା

ଭୁବନେଶ୍ୱର: କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା ପରେ ଜାନୁଆରି ୨୪(ଆଜି) କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଓ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ହରତାଳ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଯୁକ୍ତ୩ କଲେଜଗୁଡ଼ିକର ପ୍ରଥମ ସେମିଷ୍ଟାର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ ବିଷୟ ପରୀକ୍ଷାକୁ ଗୋଟିଏ ଦିନ ଘୁଞ୍ଚାଇ ଦିଆଯାଇଛି। ଏହି ପରୀକ୍ଷା ୨୫ ତାରିଖ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିସହ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ଅନ୍ୟାନ୍ୟ ପରୀକ୍ଷାକୁ ମଧ୍ୟ ବାତିଲ୍‌ କରାଯାଇଥିବା ପରୀକ୍ଷା ନିୟନ୍ତ୍ରକ ପ୍ରଦୀପ କୁମାର ବେହେରା ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର