ଭୁବନେଶ୍ବର: ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡୀ କର୍ମୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡୀ ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ୍ତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି । ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାନିବୃତ୍ତ ଅଙ୍ଗନବାଡି କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି ।
-ଅଙ୍ଗନବାଡୀ କର୍ମୀମାନେ ସେବାନିବୃତ୍ତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।
-ମିନି ଅଙ୍ଗନବାଡୀ କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।
-ଅଙ୍ଗନବାଡୀ ସହାୟିକାମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।
ଏହି ନୂତନ ପ୍ରୋତ୍ସାହନ ରାଶି ପିଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ବାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ବାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡୀ କର୍ମୀ ଉପକୃତ ହେବେ । ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/fbf1be64-19dd-4b4e-bd48-51e45740cf31.jpg)