ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା !

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, କଳହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ବଲଙ୍ଗୀର, ନୂଆପଡ଼ା, ସମ୍ବଲପୁର, ନବରଙ୍ଗପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ରହିଛି।

ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲାକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳତ୍ତର ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏନେଇ ସମସ୍ତ ଜିଲ୍ଲାର ବାସିନ୍ଦାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବାରଣ କରାଯାଇଛି।

ଗତକାଲି ଝାରସୁଗୁଡ଼ାରେ ସର୍ବାଧିକ ୩୪.୫ଡିଗ୍ରି ସେଲସିୟସ୍‌ ଥିବା ବେଳେ ହୀରାକୁଦରେ ୧୯.୯ଡିଗ୍ରି ସେଲସିୟସ୍‌ ରହିଥିଲା । ସେହିପରି ବରଗଡ଼, ସୋନପୁର, ସମ୍ବଲପୁର,କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଝାରସୁଗୁଡା, କଟକ, ଅନୁଗୁଳ,ନୟାଗଡ଼, ମାଲକାନଗିରି, କଳାହାଣ୍ଡି, ନୂଆପଡ଼ା, ଆଦି ଜିଲ୍ଲାରେ ବର୍ଷା ହୋଇଥିଲା।

ସମ୍ବନ୍ଧିତ ଖବର