ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ରହିଛି।
୬ରୁ ୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, ନବରଙ୍ଗପୁର, ବଲାଙ୍ଗୀର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ଜଗତସିଂହପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି।
୭ରୁ ୮ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ଅନୁଗୁଳ,ଢ଼େଙ୍କାନାଳ, ବାଲେଶ୍ୱର, ମୟୁରଭଞ୍ଜ, ସୁନ୍ଦରଗଡ଼, ସୋନପୁର, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ, ବରଗଡ଼, ନୂଆପଡ଼ା, କେନ୍ଦ୍ରାପଡ଼ା ଓ ପୁରୀ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।