ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

Advertisment
ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

Telangana Today

କଟକ : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କୁ ଆଜି ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକଙ୍କ ବଦଳି ହୋଇଥିବା ବେଳେ ତାଙ୍କ ସମ୍ମାନାର୍ଥେ ଫୁଲ୍ କୋର୍ଟ ରେଫରେନ୍ସ ଆଜି ଅନୁଷ୍ଠିତ ହୋଇଥିଲା। ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ଅନୁଷ୍ଠିତ ଏହି ଫୁଲ କୋର୍ଟ ରେଫରେନ୍ସରେ ହାଇକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କ ସହିତ ଅନ୍ୟ ସମସ୍ତ ବିଚାରପତି, ଆଡଭୋକେଟ ଜେନେରାଲ ବରିଷ୍ଠ ଆଇନଜୀବୀ ଅଶୋକ କୁମାର ପରିଜା, ଆସିଷ୍ଟାଣ୍ଟ ସଲିସିଟର ଜେନେରାଲ, ହାଇକୋର୍ଟ ବାର୍ ଆସୋସିଏସନ୍ ଅନ୍ତରୀଣ କମିଟି ସଭାପତି ବରିଷ୍ଠ ଆଇନଜୀବୀ ଅଶୋକ ମହାନ୍ତି, ଆସୋସିଏସନ୍ ସଦସ୍ୟଗଣ, ହାଇକୋର୍ଟ ରେଜିଷ୍ଟ୍ରିର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଜଷ୍ଟିସ ମହମ୍ମଦ ରଫିକ୍ ୨୦୨୦, ଏପ୍ରିଲ ୨୭ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ଡିସେମ୍ବର ୧୪ରେ ତାଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲା। ଡ‌ିସେମ୍ବର ୩୧ରେ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକଙ୍କ ବଦଳି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe