ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ୧୦ଟି ବ୍ଲକ୍‌ ଓ ୪ଟି ସହରାଞ୍ଚଳରେ ଫେବ୍ରୁଆରି ୧୦ ତାରିଖରୁ ୧୯ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୂହିକ ଔଷଧସେବନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଶୁକ୍ରବାର ପୂର୍ବାହ୍ଣରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ନିଜେ ଡିଇସି ଓ କୃମିନାଶକ ବଟିକା ଖାଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏଥିରେ ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟର ଡ. ନିର୍ମଳା ଦେଇ ପର୍ଯ୍ୟବେକ୍ଷକ ଭାବେ ଯୋଗ ଦେଇଥିଲେ।

Advertisment

ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. କୁବେର ଚନ୍ଦ୍ର ମହନ୍ତ, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ସିଦ୍ଧେଶ୍ୱର ମାଝୀ, ଜାତୀୟ ସ୍ୱାସ୍ଥ୍ୟ ମିସନର ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ମୃତ୍ୟୁଞ୍ଜୟ ମୁଣ୍ଡଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତଥିଲେ। ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ ସମସ୍ତଙ୍କୁ ବୟସ ଅନୁସାରେ ଏହି ବଟିକା ଖୁଆଇବେ। ତେଣୁ ଜନସାଧାରଣ ଏହି ଅଭିଯାନରେ ସହଯୋଗ କରିବାକୁ ଅନୁରୋଧ କରାଯାଇଛି।