ଭୁବନେଶ୍ବର/ପୁରୀ: ଅଭିନେତା ରାଇମୋହନ ପରିଡ଼ାଙ୍କ ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ ସଂପନ୍ନ ହୋଇଛି। ରାଇମୋହନଙ୍କ ପାର୍ଥିବ ଶରୀରରେ ତାଙ୍କର ସାନ ଝିଅ ମୁଖାଗ୍ନି ଦେଇଛନ୍ତି। ଏହି ଅବସରରେ ସଂପର୍କୀୟ, ବନ୍ଧୁବର୍ଗ ଓ ସିନେମା ଜଗତର କିଛି ଜଣାଶୁଣା ବ୍ୟକ୍ତି ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ରାଇମୋହନ ପରିଡ଼ାଙ୍କ ମରଶରୀରକୁ ପୋଷ୍ଟମର୍ଟମ ପରେ କ୍ୟାପିଟାଲ ହସ୍ପିଟାଲରୁ ବାହାରି ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ନିଆଯାଇଥିଲା। ସେଠାରେ ଓଡ଼ିଆ ଫିଲ୍ମ, ଟେଲିଭିଜନ ଜଗତର ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଦେଥିଲେ। ପରେ ରାଇମୋହନ ପରିଡ଼ାଙ୍କ ପାର୍ଥିବ ଶରୀରକୁ ସଙ୍ଗୀତ ମହାବିଦ୍ୟାଳୟରୁ ତାଙ୍କର ପ୍ରାଚୀବିହାରସ୍ଥିତ ବାସଭବନ ଅଭିମୁଖେ କିଛି ସମୟ ପାଇଁ ନିଆଯାଇଥିଲା। ପ୍ରାଚୀ ବିହାରସ୍ଥିତ ରାଇମୋହନଙ୍କ ଘରେ ପରିବାର, ବନ୍ଧୁବର୍ଗ ଓ ଅନ୍ୟମାନେ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଶେଷରେ ପାର୍ଥିବ ଶରୀର ପୁରୀ ସ୍ବର୍ଗଦ୍ବାର ଅଭିମୁଖେ ବାହାରିଥିଲା
ସୂଚନାଯୋଗ୍ୟ, ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ାଙ୍କ ଆକସ୍ମିକ ବିୟୋଗ ମନୋରଞ୍ଜନ ଜଗତ ପାଇଁ ଏକ ଶକ୍ତ ଧକ୍କା। ଯଦିଓ ଅଭିନୟ ଦୁନିଆରେ ସେ ଖଳନାୟକୀ ଲାଗି ପରିଚୟ ଅର୍ଜନ କରିଥିଲେ, ବାସ୍ତବରେ ଜଣେ ଖଳନାୟକ ନୁହେଁ, ବରଂ ଅଭିନୟରେ ଦର୍ଶକଙ୍କ ମନ ଜିଣିଥିବା ନାୟକ ଥିଲେ ରାଇମୋହନ। ସେ ଆଜି ରାଜଧାନୀର ପ୍ରାଚୀବିହାରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ରାଇମୋହନ ୧୯୬୩ ମସିହା ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/0cc9ab03-0db3-4f1c-90ad-6c6b62c065a3.jpg)