ଅର୍ଥନୀତି ପରିଚାଳନା କ୍ଷେତ୍ରରେ ଓଡ଼ିଶା ଦେଶରେ ହେବ ଏକ ନମ୍ବର ରାଜ୍ୟ: ଅର୍ଥମନ୍ତ୍ରୀ

Advertisment
ଅର୍ଥନୀତି ପରିଚାଳନା କ୍ଷେତ୍ରରେ ଓଡ଼ିଶା ଦେଶରେ ହେବ ଏକ ନମ୍ବର ରାଜ୍ୟ: ଅର୍ଥମନ୍ତ୍ରୀ

ଭୁବନେଶ୍ବର: ଅର୍ଥନୀତି ପରିଚାଳନା କ୍ଷେତ୍ରରେ ଓଡ଼ିଶା ଦେଶରେ ଏକ ନମ୍ବର ରାଜ୍ୟ। ଏହା କହିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ସେ କହିଛନ୍ତି, ଋଣ କରି କେବଳ ବିକାଶମୂଳକ କାର୍ଯ୍ୟରେ ବିନିଯୋଗ କରାଯାଉଛି। ସବୁଠୁ କମ ଋଣ ନେବାରେ ଓଡ଼ିଶା ଆଗକୁ ନମ୍ବର ଏକ ରାଜ୍ୟ ହେବ। ମାର୍ଚ୍ଚ ୩୧ରେ କର୍ଣ୍ଣାଟକକୁ ପଛରେ ପକାଇ ଓଡ଼ିଶା ଏକ ନମ୍ବର ହେବ।

ବର୍ତ୍ତମାନ ରାଜ୍ୟର ମୁଣ୍ଡ ପିଛା ଋଣ ଭାର ୨୨ ହଜାର ୮୨୭ ଟଙ୍କା ରହିଛି । ରାଜ୍ୟ ସରକାର ଯେତିକି ଋଣ କରୁଛନ୍ତି ସେ ସବୁ ଟଙ୍କା କେବଳ ରାଜ୍ୟର ବିକାଶମୂଳକ କାର୍ଯ୍ୟରେ ବ୍ୟବହାର କରାଯାଉଛି। ଏହି ଟଙ୍କାରେ କର୍ମଚାରୀଙ୍କୁ ଦରମା ଦିଆଯାଉ ନାହିଁ। ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାର ବିଭିନ୍ନ ଉତ୍ସରୁ ୧ ଲକ୍ଷ ୬ ହଜାର କୋଟି ଟଙ୍କା ଋଣ କରିଛନ୍ତି। ଏଫଅଆରବିଏମ୍ ଆକ୍ଟ ଅନୁଯାୟୀ ୨୫ ପ୍ରତିଶତ ଋଣ କରିବାର ଧାର୍ଯ୍ୟଠୁ ଆମେ ବହୁତ ତଳେ ରହିଛୁ। ବିଧାନସଭାର ପ୍ରଶ୍ନକାଳରେ ବିଧାୟକ ତାରା ପ୍ରସାଦ ବାହିନୀ ପତିଙ୍କ ପ୍ରଶ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହା କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe