ଗଞ୍ଜାମ ପୋଲସରାରେ ପାଳଗଦା ନିଆଁରେ ଜଳି ୩ ଶିଶୁଙ୍କର ମୃତ୍ୟୁ, ଏବେ ବି ଜଣେ ଜୀବନ-ମୃତ୍ୟୁ ସହ କରୁଛି ସଂଘର୍ଷ

ପୋଲସରା: ପାଳଗଦାରେ ନିଆଁ ଲାଗି ଜଳିଗଲେ ୪ ଶିଶୁ । ଆଜି ସକାଳେ ପୋଲସରା ଥାନା ଖରିଛଟା ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି | ଏହି ଅଗ୍ନିକାଣ୍ଡରେ ୩ ଜଣ ଶିଶୁଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଶିଶୁ ଏବେ ବି ଗୁରୁତର ଅବସ୍ଥାରେ ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି । ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ୩ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି | ମୃତକଙ୍କ ମଧ୍ୟରେ ୨ ଜଣ ପୁଅ ଓ ଜଣେ ଝିଅ ଥିବା ଜଣାପଡିଛି | ଶିଶୁଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ଭାଗ ପୋଡିଯାଇଥିବା ବେଳେ ସମସ୍ତ ଗୁରୁତରଙ୍କୁ ପ୍ରଥମେ ପୋଲସରା ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ଏହା ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା |

ମିଳିଥିବା ସୂଚନା ମୁତାବକ ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଖରିଛଟା ଗାଁରେ ଥିବା ଏକ ପାଳଗଦା ନିକଟରେ ଖେଳୁଥିବା ସମୟରେ ହଠାତ୍ କୌଣସି କାରଣରୁ ପାଳଗଦାଟିରେ ନିଆଁ ଲାଗି ଯାଇଥିଲା । ଫଳରେ ଶିଶୁମାନେ ଏହି ନିଆଁ ସଂସ୍ପର୍ଶରେ ଚାଲିଆସିଥିଲେ ।

ସେମାନଙ୍କ ଚିତ୍କାର ଶୁଣି ଗାଁଲୋକେ ପହଂଚି ସେମାନଙ୍କୁ ଉଦ୍ଧାର କରିବା ସହ ତୁରନ୍ତ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଯେଉଁ ସମୟରେ ଏହି ଘଟଣାଟି ଘଟିଲା ସେହି ସମୟରେ ଧାନଖଳାରେ କେହି ମଧ୍ୟ ନଥିବା ବେଳେ କିଛି ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ସେମାନଙ୍କୁ ଡାକ୍ତରଖାନା ଅଣାଯାଇଥିଲା ।

ସମ୍ବନ୍ଧିତ ଖବର