ଏସ୍‌ସିବି ବଡ଼ ମେଡିକାଲରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

କଟକ : ପୁଣି ଏସ୍‌ସିବି ବଡ଼ ମେଡିକାଲରେ ଅଗ୍ନିକାଣ୍ଡ। ଗତକାଲି ବିଳମ୍ବିତ ରାତିରେ ଏସ୍‌ସିବି ବଡ଼ ମେଡିକାଲର ରେକର୍ଡ ସେକ୍‌ସନରେ ଘଟିଛି ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ମେଡିକାଲର ରେକର୍ଡ ସେକ୍‌ସନରେ ଥିବା ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି। ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ବାରମ୍ବାର ବଡ଼ ମେଡିକାଲରେ ଅଗ୍ନିକାଣ୍ଡ ଘଟୁଥିବାରୁ ଏହା ଏବେ ଚିନ୍ତାର କାରଣ ପାଲଟିଛି।

ସମ୍ବନ୍ଧିତ ଖବର