ଏଣିକି ଅଗ୍ନି ନିରାପତ୍ତା ପ୍ରମାଣପତ୍ର ଦେଇ ପାରିବେ କ୍ଷେତ୍ରୀୟ କର୍ମଚାରୀ, ଯିବାକୁ ପଡ଼ିବ ନାହିଁ ନିର୍ଦ୍ଦେଶାଳୟ

ଭୁବନେଶ୍ବର:  ଏଣିକି ଅଗ୍ନି ନିରାପତ୍ତା ପ୍ରମାଣ ପତ୍ର ପାଇଁ  ନିର୍ଦ୍ଦେଶାଳୟକୁ ଆସିବାକୁ ପଡ଼ିବନି । ବିଭାଗୀୟ କ୍ଷେତ୍ରୀୟ କର୍ମଚାରୀ ଦେଇପାରିବେ ନିରାପତ୍ତା ପ୍ରମାଣ ପତ୍ର । ବିଭିନ୍ନ ବାସଗୃହ ଓ ବଡ଼ କୋଠା ପାଇଁ ଅଗ୍ନି ସୁରକ୍ଷା ପ୍ରମାଣ ପତ୍ର ପାଇଁ ଏବେ ଆଉ ଅଗ୍ନିସେବା ନିର୍ଦ୍ଦେଶାଳୟକୁ ଦୌଡ଼ିବାକୁ ପଡ଼ିବ ନାହିଁ । ବିଭାଗର କ୍ଷେତ୍ରୀୟ କର୍ମଚାରୀମାନେ ଏଥିପାଇଁ ଆବଶ୍ୟକ ଅନୁମୋଦନ ଓ ପ୍ରମାଣପତ୍ର ଦେଇପାରିବେ । ଅଗ୍ନି ସୁରକ୍ଷା କ୍ଷେତ୍ରରେ ଅଧିକ ସଚେତନତା ଓ ସୁରକ୍ଷିତ ବ୍ୟବସ୍ଥା ପାଇଁ ବିଭିନ୍ନ ଅନୁମୋଦନ ଓ ପ୍ରମାଣପତ୍ର ପ୍ରଦାନ ଅଧିକାର କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରଦାନ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଘୋଷଣା କରାଯାଇଛି ।

ତେବେ ଏହି ନିଷ୍ପତ୍ତି  ଦ୍ୱାରା ଦୈନନ୍ଦିନ ଚଳଣି ଓ ବ୍ୟବସାୟରେ ଅଧିକ ସରଳତା ଆସିପାରିବ । ରାଜ୍ୟ ସରକାରଙ୍କ ୫ଟି ନୀତି ଅନୁଯାୟୀ ମଧ୍ୟ ଏହି ପ୍ରକ୍ରିୟାକୁ ଅଧିକ ସରଳ ଓ ସମୟ ଉପଯୋଗୀ କରାଯାଇଛି । ନୂଆ ନିୟମ ଅନୁଯାୟୀ କ୍ଷେତ୍ରୀୟ କର୍ମଚାରୀମାନେ ଆବଶ୍ୟକ ପ୍ରକ୍ରିୟା ଅନୁସରଣ କରି ଆବେଦନ ଗ୍ରହଣ କରିବାରେ ୧୮ ଦିନ ମଧ୍ୟରେ ପ୍ରମାଣ ପତ୍ର ପ୍ରଦାନ କରିବେ । ଆଉ ପ୍ରମାଣ ପତ୍ରର ଅବଧି ୨ ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରହିବ ଏବଂ ଆବାସିକ କୋଠାବାଡି କ୍ଷେତ୍ରରେ ୫ ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏହାଦ୍ୱାରା ଅଗ୍ନି ସୁରକ୍ଷା ପ୍ରମାଣ ପତ୍ର ପ୍ରଦାନ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିପାରିବ । ୨୦୧୦ ଏପ୍ରିଲ ପହିଲା ସୁଦ୍ଧା ଅଗ୍ନିପରୀକ୍ଷା ଅନୁମୋଦନ ଓ ପ୍ରମାଣ ପତ୍ର ପ୍ରଦାନର ସଂପୂର୍ଣ୍ଣ ବ୍ୟବସ୍ଥା ଅନଲାଇନ୍ ଜରିଆରେ କରିବା ପାଇଁ ମଧ୍ୟ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

ସମ୍ବନ୍ଧିତ ଖବର