ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକରେ ଭୟାବହ ଅଗ୍ନିକାଣ୍ଡ, ୧୦ବଖରା ଘର ଜଳିଗଲା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ୍ ଅନ୍ତର୍ଗତ ଓସକଣା ପଞ୍ଚାୟତ ସାନ ପାଣିତିରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ ଗତକାଲି ସନ୍ଧ୍ୟାରେ ସାନ ପାଣିତିରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କ ୧୦ବଖରା ଘର ନିଆଁ ଲାଗିଥିଲା। ଖବର ପାଇ ଘଟଣାସ୍ଥଳରେ ବାଲିକୁଦା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିରେ ଲକ୍ଷାଧିକ ଟଙ୍କାର ଅସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଥିବାର ଖବର ମିଳିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ସମ୍ବନ୍ଧିତ ଖବର