ନୟାଗଡ଼: ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଧୀନ କୃଷ୍ଣପ୍ରସାଦରେ ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଛି। ଜମିଜମା ବିବାଦ ତଥା ଅନ୍ୟାନ୍ୟ କିଛି କାରଣରୁ ପୂର୍ବ ଶତ୍ରୁତାକୁ ନେଇ ଏଭଳି କାଣ୍ଡ ଘଟିଥିବା ଜଣାପଡିଛି।
ମୃତକଙ୍କ ନାମ ଅନିରୁଦ୍ଧ ନାୟକ। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ଗଣ୍ଡଗୋଳ ଘଟଣାରେ ଦୁଇ ଗୋଷ୍ଠୀର ୫ରୁ ଅଧିକ ଆହତ ହୋଇଛନ୍ତି। ଇଟାମାଟି ପୁଲିସ ତରଫରୁ ଅନୁସନ୍ଧାନ ଜାରି ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/firing-ff.jpg)