ଜଗତସିଂହପୁର: ବାଲିକୁଦା ଥାନା ଅନ୍ତର୍ଗତ ଅଳାଭର ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ ଜଣେ ଯୁବକଙ୍କ ଜଙ୍ଘରେ ଗୁଳି ବାଜିଥିବା ଜଣାପଡ଼ିଛି। ଗୁରୁତର ବ୍ୟକ୍ତି ହେଲେ ଦେବରାଜ ବିଶ୍ୱାଳ। ତାଙ୍କୁ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ମିଳିବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରି ଦେଇଛି।
ସୂଚନା ଅନୁସାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆଜି ରାତିରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହା ପରବର୍ତ୍ତୀ ସମୟାରେ ହିଂସାର ରୂପ ନେଇଥିଲା। ଗୋଟିଏ ଗୋଷ୍ଠୀର ଲୋକେ ଅନ୍ୟ ଗୋଷ୍ଠୀ ଉପରେ ଗୁଳିମାଡ଼ କରିଥିଲେ। ଗୁଳିମାଡ଼ରେ ଦେବରାଜ ଆହତ ହୋଇଥିଲେ। ଗୁଳିମାଡ଼ ପରେ ଘଟଣାସ୍ଥଳରୁ ଲୋକେ ଫେରାର ହୋଇଯାଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/01/49508707-3d12-4ce4-82a6-30ca58dff72f.jpg)