ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ କମ୍ଲେକ୍ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍ଡୋର ଆଥଲେଟିକ୍ ଷ୍ଟାଡିୟମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ ହେଉଛି ଦେଶର ସର୍ବପ୍ରଥମ ଇନ୍ଡୋର ଆଥଲେଟିକ୍ ଷ୍ଟାଡିୟମ । ମୁଖ୍ୟମନ୍ତ୍ରୀ ଏହାର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରି କହିଛନ୍ତି ଯେ ଆଥଲେଟମାନଙ୍କ ପାଇଁ ଏହି ଇନ୍ଡୋର ସୁବିଧା ଦେଶରେ ଆଥଲେଟିକ୍ ଖେଳର ବିକାଶକୁ ଜୋରଦାର କରିବ ଏବଂ ଏହି ଷ୍ଟାଡିଅମ ଆଗାମୀ ଦିନରେ ଆଥଲେଟିକ ଚମ୍ପିଆନ ସୃଷ୍ଟି କରିବାରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିବ ।
ଏହି ଷ୍ଟାଡିୟମଟି ୧୨୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଛି ଏବଂ ଚଳିତ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବ । ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଆଥଲେଟିକ କ୍ରୀଡା ଅନୁଷ୍ଠିତ ହେବ ଏବଂ ଖେଳାଳିମାନେ ସାରା ବର୍ଷ ତମାମ ଖେଳ ଅଭ୍ୟାସ ଜାରି ରଖିପାରିବେ । ଶହେ ଜଣ ଖେଳାଳିଙ୍କୁ କୋଚିଂ ଦେବା ପାଇଁ ଏଥିରେ ଆବାସିକ ସୁବିଧା ମଧ୍ୟ ରହିଛି।
/sambad/media/post_attachments/wp-content/uploads/2022/02/t-96.jpg)
ଏହାପରେ ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ ।
ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ ଅଧୀନରେ ଏହିସବୁ କ୍ରୀଡା ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହାଦ୍ବାରା ରାଜ୍ୟର କ୍ରୀଡା କ୍ଷେତ୍ରରେ ରୂପାନ୍ତର ଆସିପାରିବ ବୋଲି ଆଶା କରାଯାଉଛି । ବର୍ତ୍ତମାନ କଳିଙ୍ଗ ଷ୍ଟାଡିୟମ୍ କଂପ୍ଲେକ୍ସରେ ଇନ୍ଡୋର ଆଥଲେଟିକ ଷ୍ଟାଡିୟମ ଓ ଟେନିସ ସେଣ୍ଟର ସହିତ ଇନ୍ଡୋର ଆକ୍ବାଟିକ୍ସ ଷ୍ଟାଡିୟମ, ହକି ଏଚପିସି ସୌଧ ଓ କର୍ମଚାରୀମାନଙ୍କ ପାଇଁ ଆବାସିକ ବ୍ୟବସ୍ଥା ଆଦି ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ନିର୍ମାଣ ଚାଲିଛି ।
ଏହାପରେ ମୁଖ୍ୟମନ୍ତ୍ରୀ କଳିଙ୍ଗ ଷ୍ଟାଡିୟମର ମୁଖ୍ୟ ଫୁଟବଲ୍ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳିମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।
/sambad/media/post_attachments/wp-content/uploads/2022/02/t-97.jpg)
ପରେ ମୁଖ୍ୟମନ୍ତ୍ରୀ ଭାରତୀୟ ଜାତୀୟ ହକି ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳିମାନଙ୍କୁ ଭେଟି ସେମାନଙ୍କର ରହଣି ଓ ଖେଳ ଅଭ୍ୟାସ ସଂପର୍କରେ ପଚାରି ବୁଝିଥିଲେ। ହକି କ୍ରୀଡାକୁ ମୁଖ୍ୟମନ୍ତ୍ରୀ ଯେଉଁ ସହଯୋଗ ଯୋଗାଇ ଦେଇଛନ୍ତି, ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଗାମୀ ପ୍ରୋ-ଲିଗ୍ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଆଗାମୀ ଏସିଆନ ଓ କମନୱେଲ୍ଥ ଗେମ୍ସରେ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଆଣିବା ପାଇଁ ଲକ୍ଷ୍ୟ ରଖିବାକୁ ପରାମର୍ଶ ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା ଉପସ୍ଥିତ ଥିଲେ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/02/naveen-1.jpg)