ଏପ୍ରିଲ ୨୬ରୁ ୫ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ, ଜାରି ରହିବ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ବର: ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଏପ୍ରିଲ ୨୬ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ରହିବ। ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଗୁଡ଼ିକ ଛୁଟି ରହିବ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଏନେଇ ଓସେପା, ଓଏଭିଏସ୍‌, ଏମ୍‌ଡିଏମ୍‌, ଏଚ୍‌ଏସ୍‌ସି, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ଉଚ୍ଚ ଶିକ୍ଷା ନିର୍ଦ୍ଦେଶକ, ଏସ୍‌ସିଇଆରଟି ନିର୍ଦ୍ଦେଶକ, ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ, ବିଏସ୍‌ଇ ସଭାପତିଙ୍କୁ ଚିଠି ଲେଖି ଜଣାଇଛନ୍ତି। ଶ୍ରୀ ମିଶ୍ର କହିଛନ୍ତି ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମଲହରକୁ ଦୃଷ୍ଟିରେ ରଖି ସ୍କୁଲ ଗୁଡ଼ିକରେ ଅସ୍ଥାୟୀ ଭାବେ ପାଠପଢ଼ା ସ୍ଥଗିତ ରଖାଯାଇଛି। ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଏହି ସମୟରେ ଚାଲୁ ରହିବ ବୋଲି ସେ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର