ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ସବଡେଗାରେ ବାହୁଡ଼ା ଯାତ୍ରା ବେଳେ ଅଘଟଣ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯାତ୍ରା ପଡିଆରେ ୫ ଯୁବକଙ୍କୁ ଜଣେ ଦୁର୍ବୃତ୍ତ ଭୁଜାଲିରେ ଆକ୍ରମଣ କରିଛି। ୫ ଯୁବକ ଗୁରୁତର ହୋଇଥିବାବେଳେ ସମସ୍ତଙ୍କୁ ଲୋକେ ଉଦ୍ଧାର କରି ସବଡେଗା ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।। ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି। ତଳସରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ କରି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ସୂଚନା ମିଳିଛି।।