ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: ସ୍ବତନ୍ତ୍ର ରିଲିଫ୍ କମିସନର

Advertisment
ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: ସ୍ବତନ୍ତ୍ର ରିଲିଫ୍ କମିସନର

ଭୁବନେଶ୍ବର: ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା। ପୂର୍ବରୁ ୨୦୧୯ରେ ମଧ୍ୟମ ଧରଣର ବନ୍ୟା ଆସିଥିଲେ ମଧ୍ୟ ବିଶେଷ କିଛି କ୍ଷତି ହୋଇନଥିବା ସେ କହିଛନ୍ତି । ତଥାପି ଏହାର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନର ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଲଘୁଚାପଜନିତ ଲଗାଣ ବର୍ଷା କାରଣରୁ ମହାନଦୀରେ ଆସୁଛି ମଧ୍ୟମ ଧରଣର ବର୍ଷା। ହୀରାକୁଦରୁ ୩୪ଟି ଗେଟ ଦେଇ ବନ୍ୟା ଜଳ ପ୍ରବାହିତ ହେଉଛି। ଯାହା ଫଳରେ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ତେବେ ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ବନ୍ୟା ଆଶଙ୍କା ନଥିବା ବେଳେ ଜଳକାରେ ଜଳସ୍ତର ବିପଦ ସଂକେତ ଉପରେ ରହିଛି । ତେବେ ଜଳକାରେ ଏହା ସ୍ୱାଭାବିକ ସ୍ଥିତି। ଦକ୍ଷିଣ ଓଡ଼ିଶା ନଦୀରେ ସେମିତି ବନ୍ୟା ଆଶଙ୍କା ନାହିଁ ।

publive-image Vision News Service

ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖିଲେ ମହାନଦୀ ଅବବାହିକା ମୁଣ୍ଡୁଳୀରେ ୧୦ ଲକ୍ଷରୁ ସାଢେ ୧୦ ଲକ୍ଷରୁ ଅଧିକ କ୍ୟୁସେକ ଜଳ ପ୍ରବାହିତ ହେବ । ଆସନ୍ତାକାଲି ସନ୍ଧ୍ୟା ବେଳକୁ ଏହା ମୁଣ୍ଡୁଳୀ ଅତିକ୍ରମ କରିବ। ଏବେ ଖଇରମାଳ ଠାରେ ୯.୫୬ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ହୀରାକୁଦରୁ ଅଧିକ ପାଣି ଆସୁଛି। ହୀରାକୁଦର ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଛି। ଯାହାଫଳରେ ସରାଡିହି ଠାରେ ୬.୫୭ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି। ଏବେ ହୀରାକୁଦର ୩୪ଟି ଗେଟ୍ ଖୋଲା ଅଛି, ଯେହେତୁ ଆଗକୁ ବର୍ଷା କମିବାର ସମ୍ଭାବନା ରହିଛି ତେଣୁ ଏବେ ଏହି ୩୪ଟି ଗେଟ୍ ଦେଇ ବନ୍ୟା ଜଳ ପ୍ରବାହିତ ହେବ।
ଆସନ୍ତାକାଲି ମୁଣ୍ଡଳୀଠାରେ ସର୍ବାଧିକ ଜଳ ପ୍ରବାହିତ ହେବ । ୨୦୧୯ରେ ବି ସମପରିମାରଣ ବନ୍ୟା ଜଳ ମୁଣ୍ଡୁଳୀ ଅତିକ୍ରମ କରିଥିଲା । କିନ୍ତୁ ଆଶ୍ୱସ୍ତିର କଥା ହେଉଛି ବ୍ରାହ୍ମଣୀ ନଦୀରେ ବନ୍ୟା ସ୍ଥିତି ନାହିଁ। ଯାହା ବ୍ରାହ୍ମଣୀ ଅବବାହିକାରେ ଥିବା ଅଞ୍ଚଳ ପାଇଁ ଆଶ୍ୱସ୍ତି ଆଣି ଦେଇଛି। ମହାନଦୀର ଅବବାହିକାରେ ଥିବା କେନ୍ଦ୍ରାପଡ଼ା , ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଜିଲ୍ଲାର କିଛି ଅଞ୍ଚଳ ବନ୍ୟା ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ରହିଛି । ଯେଉଁଥିପାଇଁ ୭ଟି ଓଡ୍ରାଫ୍, ୩ଟି ଏନଡିଆରଏଫ ଟିମ୍ ଓ ୧୨ଟି ଅଗ୍ନିଶମ ଟିମ୍ ନିୟୋଜିତ କରାଯିବ। ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁରକୁ ଅଗ୍ନିଶମ ଟିମ୍ ଅଧିକ ଦିଆଯିବ। ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସୁଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe