ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ଥର ‌ନିଷ୍କାସିତ ହେବ ଚଳିତ ବର୍ଷର ବନ୍ୟାଜଳ

ହୀରାକୁଦ ଜଳଭଣ୍ଡାର ଉପରେ ନିର୍ମାଣ ହେବ ପୋଲ: ପୂଜାରୀପାଲି-ଜରିମୂଳି ସେତୁ ପାଇଁ ଟେଣ୍ଡର ଆହ୍ବାନ

ସମ୍ବଲପୁର: ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପାଇଁ ଆସନ୍ତାକାଲି ରବିବାର ପୂର୍ବାହ୍‌ଣ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷ ପ୍ରଥମ ଥର ପାଇଁ ଗେଟ୍ ଖୋଲିବ।

ଗେଟ୍ ଖୋଲିବା ନେଇ ପୂର୍ବରୁ ମୁଖ୍ୟଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ପ୍ରଦାନ କରିଛନ୍ତି। ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ନେଇ ନିଷ୍ପତ୍ତି ହୋଇଛି ବୋଲି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ମହାନଦୀର ତଳମୁଣ୍ଡରେ ଥିବା ଜିଲ୍ଲାମାନଙ୍କୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି।

publive-image

ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଛି। ଫଳରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ୨ ଲକ୍ଷ ୯୪ ହଜାର ୧୧୨ କ୍ୟୁସେକ୍‌ ବନ୍ୟାଜଳ ପ୍ରବେଶ କରୁଛି। ଏହି ସମୟରେ ଜଳଭଣ୍ଡାରରୁ ୩୯,୫୧୨ କ୍ୟୁସେକ ଜଳ ନିଷ୍କାସନ ହେଉଛି। ହୀରାକୁଦର ଜଳଭଣ୍ଡାରର ଜଳସ୍ତର ଏବେ ୬୧୫.୨ ଫୁଟରେ ପହଞ୍ଚିଛି।

ଗେଟ୍ ଖୋଲିବା ସମୟରେ ଜଳସ୍ତର ୬୧୫ ଫୁଟରୁ ଅଧିକ ଜଳ ଥିବ ବୋଲି ସୂଚନା ମିଳିଛି । ୨୮ ତାରିଖରେ କେତୋଟି ଗେଟ୍ ଖୋଲାଯିବ ସେନେଇ ପରେ ନିଷ୍ପତ୍ତି ନିଆଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe