ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ୨୬ଟି ସ୍ଲୁଇସ୍ ଗେଟ ମାଧ୍ୟରେ ଜଳ ନିଷ୍କାସନ ଜାରି ରହିଛି। ଅପରାହ୍ନ ୪ଟାରେ ଅସ୍ଥାୟୀ ଭାବେ ୮ଟି ଗେଟ୍କୁ ବନ୍ଦ କରି ଦିଆଯାଇଥିଲା। ଏହା ପୂର୍ବରୁ ଜଳଭଣ୍ଡାରରୁ ୩୪ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ହେଉଥିଲା। ତେବେ ମହାନଦୀର ତଳିଆ ଅଞ୍ଚଳବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। କିନ୍ତୁ ସଂକଟ ଟଳିନାହିଁ। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍ ପକ୍ଷରୁ ସୂଚନା। ସୂଚନା ଅନୁସାରେ ଡ୍ୟାମର ବାମ ପାର୍ଶ୍ବରୁ ୧୮ଟି ଓ ଦକ୍ଷିଣ ପାର୍ଶ୍ବରୁ ୮ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଥିବା ଜାରି ରହିଛି।
/sambad/media/post_attachments/wp-content/uploads/2022/08/1b873452-acc0-4542-9553-711f214aeef7-1.jpg)
ମହାନଦୀରେ ବନ୍ୟାଜଳ ଆସିବା ଦ୍ବାରା ତଳିଆ ଅଞ୍ଚଳର ଲୋକଙ୍କ ପାଇଁ ଦୁର୍ଦ୍ଦଶା ବଢ଼ିଛି। ସମ୍ବଲପୁରରୁ ଏହି ଦୁର୍ଦ୍ଦଶା ଆରମ୍ଭ ହୋଇଛି। ହୀରାକୁଦ ଜଳଭଣ୍ଡାର ଗତକାଲି ଠାରୁ ଜଳମଗ୍ନ ହୋଇଛି। ମହାନଦୀ ନଦୀର ବନ୍ୟାଜଳ ପାଇଁ ସୋନପୁର ଜିଲ୍ଲା ଧର୍ମଶାଳା ଠାରୁ ସୋନପୁର ସହରକୁ ଯୋଡ଼ୁଥିବା ବାଏପାସ ଅସ୍ଥାୟୀ ରୂପେ ବନ୍ଦ ହୋଇଯାଇଛି। କଟକ ଜିଲ୍ଲା ବଡମ୍ବାର ଐତିହାସିକ ଭଟ୍ଟାରିକା ମନ୍ଦିରର ଅଧିକାଂଶ ଅଂଚଳ ବୁଡ଼ି ଯାଇଛି। ଗତକାଲି ଠାରୁ ମା’ଙ୍କୁ ଅସ୍ଥାୟୀ ସ୍ଥାନକୁ ସ୍ଥାନାନ୍ତରିତ କରି ପୂଜାର୍ଚ୍ଚନା କରୁଛି। ସେହିପରି କେନ୍ଦ୍ରାପଡ଼ାରେ ମହାନଦୀର ଜଳ ଲୋକଙ୍କୁ ଡରାଉଛି।
ସୂଚନା ଅନୁସାରେ ଏବେ ହୀରାକୁଦ ଜଳଭଣ୍ଡାରକୁ ସେକେଣ୍ଡ ପିଛା ୯,୨୧,୦୬୦ କ୍ୟୁସେକ ଜଳ ପ୍ରବେଶ କରୁଛି। ଅପରପକ୍ଷେ ୪,୫୧,୬୬୫ କୁସେକ ଜଳ ନିଷ୍କାସନ କରାଯାଉଛି। ସ୍ପିଲୱେରେ ୪,୧୧,୨୬୮ କ୍ୟୁସେକ, ପାୱାର ଚେନାଲ ମାଧ୍ୟୟମରେ ୩୭,୭୧୪, ଚାଷ ପାଇଁ ୨୪୨୧ କ୍ୟୁସେକ ଜଳ ନିଷ୍କାସନ ହେଉଛି। ବିଏମସି ପାଇଁ ୨୨୦୦ କ୍ୟୁସେକ, ଏସଏମସି ପାଇଁ ୨୦୦ କ୍ୟୁସେକ, ଏସ୍ବିପି ପାଇଁ ୨୧ ଓ ଶିଳ୍ପ ପାଇଁ ୨୫୨କ୍ୟୁସେକ ଜଳ ନିଷ୍କାସନ ଜାରି ରହିଛି।
ହୀରାକୁଦ ଜଳ ଭଣ୍ଡାରର ଶନିବାର ପର୍ଯ୍ୟନ୍ତ ୩୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେବା ଦ୍ବାରା ମହାନଦୀର ଜଳସ୍ତର ବଢୁଛି। ଅପରାହ୍ନ ୩ଟା ସୁଦ୍ଧା ଖଇରମାଳ ଦେଇ ୧୧ ଲକ୍ଷ ୯୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହୋଇଥିବା ବେଳେ ପର୍ଥଲା ଦେଇ ୪ ଲକ୍ଷ ୨୪ ହଜାର ୨୧୭କ୍ୟୁସେକ ଜଳ ପ୍ରବାହିତ ହେଉଛି। ସେହିପରି କଟକ ମୁଣ୍ଡଳି ଦେଇ ମହାନଦୀରେ ୧୦ ଲକ୍ଷ ୪୧ ହଜାର ୯୧୧ କ୍ୟୁସେକ ଜଳ ନିଷ୍କାସିତ ହେଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/08/hirakud-dam-final-bk.jpg)