୭ରୁ ଉପକୂଳରେ କୁହୁଡ଼ି, ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାରେ ବର୍ଷା

ଭୁବନେଶ୍ବର: ଆସନ୍ତା ୭ ତାରିଖଠାରୁ ଓଡ଼ିଶା ଉପକୂଳରେ କୁହୁଡ଼ି ବଢ଼ିବ। ଖୋର୍ଧା, ପୁରୀ ସମେତ କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଭଦ୍ରକ, ବାଲେଶ୍ବର, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ଲାଗି ରହିବ। ମଧ୍ୟରାତିଠାରୁ ଭୋର୍‌ ପର୍ଯ୍ୟନ୍ତ ସ୍ଥିତି ଜଟିଳ ହେବ। ୯ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିବ। ଏହି ସମୟରେ କେନ୍ଦ୍ରୀୟ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ କାଳବୈଶାଖୀ ବର୍ଷା ହୋଇପାରେ। ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ୭ ତାରିଖ ରାତିରୁ ୯ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ୧୦ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବାନୁମାନ ହେଉଛି ଯେ ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ଯୋଗୁଁ ଉଭୟ ଦିନ ଓ ରା‌ତିର ତାପମାତ୍ରା ୭ ତାରିଖ ପର୍ଯ୍ୟନ୍ତ ବଢ଼ିପାରେ। ତେବେ ଏହାପରେ ବର୍ଷା ହେବା ଯୋଗୁଁ ତାପମାତ୍ରା କମିବ। ଆକାଶ ମେଘାଚ୍ଛନ୍ନ ରହିବାର ସମ୍ଭାବନା ରହିଛି। ଫେବ୍ରୁଆରି ୧୦ରୁ ୧୨ ତାରିଖ ମଧ୍ୟରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ। ୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର