ରାଜ୍ୟର କେତେକ ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କେତେକ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବା ନେଇ ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଶନିବାର ରାତିରୁ ରବାବାର ପ୍ରତ୍ୟୁଷ ମଧ୍ୟରେ ରାଜ୍ୟର ଖୋର୍ଧା, କଟକ, ଜଗତସିଂହପୁର, ଅନୁଗୁଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ପୁରୀ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।
ଅପରପକ୍ଷରେ ୨୪ ରାତିରୁ ୨୫ ତାରିଖ ସକାଳ ଯାଏଁ ସମୟ ମଧ୍ୟରେ ରାଜ୍ୟର ଖୋର୍ଧା, କଟକ, ବାଲେଶ୍ବର,ଭଦ୍ରକ ଜଗତସିଂହପୁର, ଅନୁଗୁଳ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କନ୍ଧମାଳ ପ୍ରଭୃତି ୯ଟି ଜିଲ୍ଲାରେ ଘନ କୁହୁଡି ପଡ଼ିବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏଥିଲାଗି ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର