ଭୁବନେଶ୍ୱର: ସାରା ରାଜ୍ୟରେ ଶୀତର ଲହରୀ ଜାରି ରହିଥିବା ବେଳେ ଏବେ ଘନ କୁହୁଡ଼ି ଡରାଇବା ଆରମ୍ଭ କରିଛି। ଆସନ୍ତା ତିନିଦିନ ପାଇଁ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ୩ ଦିନ ପରେ ଶୀତ ପୁଣି ବଢ଼ିବ  ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ କନ୍ଧମାଳ, କୋରାପୁଟ, କଟକ, ‌ଖୋର୍ଦ୍ଧା, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼ ଓ ସୁନ୍ଦରଗଡ଼ ଏଭଳି ୯ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବା ସହ ଦୃଶ୍ୟମାନ୍ୟତା ହ୍ରାସ ପାଇବ।

Advertisment

ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ପରେ ବା ୧୫ ତାରିଖରୁ ପାଗ ଶୁଖିଲା ରହିବା ସହ ଶୀତ ବଢ଼ିବ। ଆଜି ପାରଳାଖେମୁଣ୍ଡି ଓ ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୩୦ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୬.୫ଡିଗ୍ରି ରେକର୍ଡ କରାଯାଇଛି।  ଆଜି କଟକ, ନୟାଗଡ଼, ଅନୁଗୁଳ, କେନ୍ଦୁଝର, କନ୍ଧମାଳ ଓ ଢେଙ୍କାନାଳରେ ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନ୍ୟତା ହ୍ରାସ ପାଇଥିବା ବେଳେ ଅନୁଗୁଳ, ଖୋର୍ଦ୍ଧା, ସୁନ୍ଦରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା ଓ ସମ୍ବଲପୁରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ଦେଖା ଦେଇଥିଲା।