ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରୁ ପ୍ରଭୁ ଶ୍ରୀବଳଭଦ୍ର ଦେବୀ ମା’ସୁଭଦ୍ରା ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି। ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ ଆଣିଛନ୍ତି।
ଏହା ପରେ ପାରମ୍ପରିକ ବାଦ୍ୟର ତାଳେ ତାଳେ ଧାଡ଼ି ପହଣ୍ଡିରେ ତାଳଧ୍ୱଜ ରଥକୁ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କର ବିଜେ କରିବା ନୀତି ଆରମ୍ଭ ହୋଇଛି।
ଦେବୀ ସୁଭଦ୍ରା ଧାଡ଼ି ପହଣ୍ଡିରେ ଦର୍ପଦଳନ ରଥକୁ ବିଜେ କରୁଥିବାର ମନଲୋଭା ଦୃଶ୍ୟ।
— Shree Jagannatha Temple, Puri (@JagannathaDhaam) July 5, 2025
Heartwarming view of ‘Dhadi Pahandi’ of Devi Subhadra while being taken to Darpadalana Ratha. pic.twitter.com/OIbLao7W77
ବଡ଼ ଠାକୁରଙ୍କ ପରେ ଦେବୀ ମା’ସୁଭଦ୍ରା ଧାଡ଼ି ପହଣ୍ଡିରେ ଦର୍ପଦଳନ ରଥକୁ ବିଜେ କରିବା ଆରମ୍ଭ କରିଛନ୍ତି।
Bahuda Yatra 2025 | Rath Yatra 2025 | Mother Subhadra