ଦୁର୍ଘଟଣାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀ ମୃତ

ନିଖୋଜ ଯୁବକଙ୍କ ମୃତଦେହ ପଶ୍ଚିମବଙ୍ଗରୁ ଉଦ୍ଧାର

Image Courtesy of NDTV

ପାଣିକୋଇଲି : କୋରେଇ ବ୍ଲକ୍‌ର ପୂର୍ବତନ ଅଧ୍ୟକ୍ଷା କଲ୍ୟାଣୀ ମାଝୀଙ୍କ ସ୍ବାମୀ ପ୍ରଫୁଲ୍ଲ ମାଝୀ(୫୦)ଙ୍କର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ପାଣିକୋଇଲି ଥାନା ଅନ୍ତର୍ଗତ ଗୋଳେଇପୁର ପଞ୍ଚାୟତ କେଉଟନଗୁଆଁ ଗ୍ରାମର ସୁନେଇ ମାଝୀଙ୍କ ପୁଅ ପ୍ରଫୁଲ୍ଲ ଗତ ଶନିବାର ରାତିରେ କୁଆଖିଆ ଯାଉଥିବା ବେଳେ ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା।

ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ଧର୍ମଶାଳା ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ବ୍ୟବଚ୍ଛେଦ ପରେ ମରଶରୀର ଗାଁକୁ ଅଣାଯାଇଥିଲା। ପୁରୀ ସ୍ବର୍ଗଦ୍ବାର ଠାରେ ଶେଷକୃତ୍ୟ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe