ପୂର୍ବତନ ଉପବାଚସ୍ପତି ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ଖଣ୍ଡପଡ଼ାର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଅସୁସ୍ଥତା ଯୋଗୁ ୭୦ ବର୍ଷ ବୟସରେ ଦେହାନ୍ତ ଘଟିଛି...

Former Deputy Speaker Raja Bibhuti Bhushan Singh Mardaraj passes away: CM expresses grief

Former Deputy Speaker Raja Bibhuti Bhushan Singh Mardaraj passes away: CM expresses grief Photograph: (sambad.in)

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ଖଣ୍ଡପଡ଼ାର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଅସୁସ୍ଥତା ଯୋଗୁ ୭୦ ବର୍ଷ ବୟସରେ ଦେହାନ୍ତ ଘଟିଛି।

ସେ ହୃଦରୋଗରେ ପୀଡିତ ଥିଲେ ଏବଂ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। 

ସେ ଖଣ୍ଡପଡ଼ା ଗଡ଼ର ରାଜା ଥିଲେ। ସେ ୧୯୮୦, ୧୯୮୫ ଏବଂ ୧୯୯୫ ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀର ବିଧାନସଭା ସଦସ୍ୟ (ବିଧାୟକ) ଭାବରେ କାର୍ଯ୍ୟ କରିଥିଲେ।

ସେ ଓଡ଼ିଶାରେ କ୍ୟାବିନେଟ୍ ମନ୍ତ୍ରୀ ଏବଂ ବିଧାନସଭାର ଉପବାଚସ୍ପତି ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ସେ ଓଡ଼ିଶାର କଂଗ୍ରେସ ଦଳର ଜଣେ ପ୍ରବୀଣ ନେତା ଥିଲେ।

ଅଧିକ ପଢ଼ନ୍ତୁ: ସରକାରୀ ତେଲ ପିଉଛି ଯନ୍ତ୍ରୀଙ୍କ କାର୍‌!:ଭିଜିଲାନ୍ସ ତଦନ୍ତ ଦାବି

ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ‌ଲେଖିଛନ୍ତି, ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ତଥା ବିଧାନସଭାର ପୂର୍ବତନ ଉପବାଚସ୍ପତି  ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। 
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୋକା ପ୍ରକାଶ କରି କହିଛନ୍ତି, ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ତଥା ବିଧାନସଭାର ପୂର୍ବତନ ଉପବାଚସ୍ପତି  ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପୂର୍ବତନ ମନ୍ତ୍ରୀ, ପୂର୍ବତନ ଉପବାଚସ୍ପତି ତଥା ବରିଷ୍ଠ ରାଜନେତା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ । ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦ୍‌ଗତି ପାଇଁ କାମନା କରିବା ସହ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି 

ଅଧିକ ପଢ଼ନ୍ତୁ:ଉପରାଷ୍ଟ୍ରପତି ନିର୍ବାଚନ:ଏନଡିଏରେ ସହମତି ପାଇଁ ପ୍ରୟାସ, ରକ୍ଷାବନ୍ଧନ ପରେ ଆଲୋଚନା!

 Bibhuti Bhusan Singh Mardaraj

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe