ବ୍ରହ୍ମପୁର : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଗିରଫ ହୋଇଥିବା ଗଜପତି ଜିଲ୍ଲା ମୋହନା ବ୍ଲକ୍ର ପୂର୍ବତନ ଯୋଗାଣ ନିରୀକ୍ଷକ ପ୍ରକାଶ ଚନ୍ଦ୍ର ପାତ୍ର ଦୋଷୀ ସାବ୍ୟସ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ବ୍ରହ୍ମପୁର ଭିଜିଲାନ୍ସ ଏସ୍ପିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ୍ ବାର୍ତ୍ତା ଅନୁଯାୟୀ, ୧୯୯୭ମସିହାରେ ସେ ୩,୫୩,୯୨୬ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିଲେ। ଏହି ମାମଲାର ବିଚାରଣା କରି ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍, ବ୍ରହ୍ମପୁର ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି। ଏଥିରେ ପୂର୍ବତନ ଯୋଗାଣ ନିରୀକ୍ଷକ ଶ୍ରୀ ପାତ୍ର ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ତାଙ୍କୁ ୩ବର୍ଷ ଜେଲ୍ ଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନା ଦେବା ପାଇଁ ନିର୍ଦ୍ଦେଶ ଥିବା ଜଣାପଡ଼ିଛି। ଜରିମାନା ଅନାଦେୟ ଅଧିକ ୬ମାସ ଜେଲ୍ ଦଣ୍ଡ ଭୋଗିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। ଶ୍ରୀ ପାତ୍ର ବର୍ତ୍ତମାନ ଆସିକା ବ୍ଲକର ଯୋଗାଣ ନିରୀକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି।
ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ଗଜପତିର ପୂର୍ବତନ ଯୋଗାଣ ନିରୀକ୍ଷକଙ୍କୁ ୩ବର୍ଷ ଜେଲ୍, ୨୦ହଜାର ଜରିମାନା
/sambad/media/post_attachments/wp-content/uploads/2021/11/jail-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)