ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଲେ

ଭୁବନେଶ୍ବର: ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃମଣ୍ଡଳୀଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ଶ୍ରୀମତୀ ବେହେରା ରାଜ୍ୟ କାର୍ଯ୍ୟାଳୟରେ ଆଜି ବିଧିବଦ୍ଧ ଭାବରେ ବିଜେପିରେ ଯୋଗ ଦେଇଛନ୍ତି ।

ସୂଚନାଯୋଗ୍ୟ, ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ ତିନି ଥର ବିଜେଡିର ବିଧାୟିକା ଥିଲେ ଅଞ୍ଜଳି। ନବୀନ ପଟ୍ଟନାୟକଙ୍କ ସରକାରରେ ଦୁଇ ଥର ମନ୍ତ୍ରୀ ହେବାର ସୁଯୋଗ ମଧ୍ୟ ପାଇଥିଲେ ସେ। ୨୦୦୦, ୨୦୦୪ ଓ ୨୦୦୯ରେ ବିଜେଡି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୪ରେ ତାଙ୍କୁ ଦଳୀୟ ଟିକେଟ ଦିଆଯାଇନଥିଲା । ପରେ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ତାଙ୍କୁ ବହିଷ୍କାର ମଧ୍ୟ କରିଥିଲା।

ସମ୍ବନ୍ଧିତ ଖବର