ବରଗଡ଼: ପୂର୍ବତନ ମନ୍ତ୍ରୀ ତଥା ଭଟଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ପୂର୍ବରୁ ସେ ଅସୁସ୍ଥ ଥିବାବେଳେ ଆଜି ସକାଳୁ ହଠାତ୍ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିଥିଲା। ଫଳରେ ପରିବାରବର୍ଗ ଓ ସଂପର୍କୀୟ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ନେଇଛନ୍ତି। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ପୂର୍ବାପେକ୍ଷା ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ତାଙ୍କ ସଂପର୍କୀୟ ସନ୍ତୋଷ ସିଂ ସୂଚନା ଦେଇଛନ୍ତି।
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର
Advertisment
Follow Us