ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ମାମଲା ଖାରଜ

କଟକ : ପୂର୍ବତନ ବିଧାୟକଙ୍କ ପେନ୍‌ସନ୍ ବୃଦ୍ଧି ପ୍ରସଂଗକୁ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି।

ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏ ସଂପର୍କିତ ମାମଲାର ଶୁଣାଣି ସମୟରେ ଆବେଦନକାରୀଙ୍କ ତରଫରୁ ଦର୍ଶାଯାଇଥିଲା ଯେ ରାଜ୍ୟ ସରକାର ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି କରିବାକୁ ଯାଉଛନ୍ତି। କରଦାତାଙ୍କ ଉପରେ ଏହାର ପ୍ରଭାବ ପଡିବ। ଅନ୍ୟପକ୍ଷରେ ଏ ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ନିଷ୍ପତ୍ତି ଗ୍ରହଣ କରାଯାଇ ନଥିବା ଶୁଣାଣି ସମୟରେ ସ୍ପଷ୍ଟ ହୋଇଥିଲା। ଆଗକୁ ଗ୍ରହଣ କରାଯିବାକୁ ଥିବା ନିଷ୍ପତ୍ତିକୁ ଚାଲେଞ୍ଜ କରି ଦାୟର ମାମଲା ଗ୍ରହଣୀୟ ନୁହେଁ ବୋଲି ହାଇକୋର୍ଟ କହିବା ସହିତ ଶୁଣାଣିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଜି.ସି.ସାହୁଙ୍କ ଆବେଦନର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ମାମଲାରେ ରାଜ୍ୟ ସରକାର, ବାଚସ୍ପତି, ଓଡ଼ିଶା ବିଧାନସଭା ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଥିଲା।

ସମ୍ବନ୍ଧିତ ଖବର