ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ

Advertisment

କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ କୁମାର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ବାର୍ଦ୍ଧକ୍ୟ ଜନିତ କାରଣରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ...

Updated On

କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ କୁମାର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ବାର୍ଦ୍ଧକ୍ୟ ଜନିତ କାରଣରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ...

ଅଦ୍ୟତନ ହୋଇଛି
8p0997123

ଭୁବନେଶ୍ବର: ‌କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ କୁମାର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ବାର୍ଦ୍ଧକ୍ୟ ଜନିତ କାରଣରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

ପ୍ରଭାତଙ୍କ ଦେହାନ୍ତ ସମ୍ପର୍କରେ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି। ବ୍ରେନ ଷ୍ଟ୍ରୋକରେ ପରଲୋକ ଘଟିଥିବା ପରିବାର ଲୋକେ ସୂଚନା ଦେଇଛନ୍ତି। 

ସେ ନିଜ ରାଜନୈତିକ ଜୀବନ ଜନତାଦଳରୁ ଆରମ୍ଭ କରିଥିଲେ। ପରେ ବିଜୁ ଜନତା ଦଳରେ ଯୋଗଦେଇ କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବେ ୨ ଥର ନିର୍ବାଚିତ ହୋଇଥିଲେ।  ପ୍ରଥମଥର ୧୯୯୮ରୁ ୧୯୯୯ ପର୍ଯ୍ୟନ୍ତ ସାଂସଦ ଥିବାବେଳେ ଦ୍ବିତୀୟ ଥର ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ସାଂସଦ ଥିଲେ।

ଶ୍ରୀକାନ୍ତ ଜେନାଙ୍କ ପରେ ପ୍ରଭାତ ୧୯୯୮ରୁ ୨୦୦୪ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସାଂସଦ ଥିଲେ। ତାଙ୍କ ପରେ ଅର୍ଚ୍ଚନା ନାୟକ କେନ୍ଦ୍ରାପଡ଼ାରୁ ବିଜୟୀ ହୋଇଥିଲେ।

ପ୍ରଭାତ କୁମାର ସମାନ୍ତରାୟ ୨୨ ଏପ୍ରିଲ ୧୯୫୦ରେ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଅନ୍ତର୍ଗତ ଶାସନିପଡ଼ାରେ ଜନ୍ମ ଗ୍ରହଣ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe