ହୀରାକୁଦ ଜଳଭଣ୍ଡାରରୁ ବନ୍ଦ ହେଲା ୪ଟି ଗେଟ୍‌, ୩୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି

Advertisment
ବଢ଼ିବ ସଂକଟ! ହୀରାକୁଦ ଜଳଭଣ୍ଡାରରୁ ୩୧ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି; ଆହୁରି ଖୋଲିବ ୯ଟି ଗେଟ୍‌

Hirakud Dam. Photo: Sambad

ସମ୍ବଲପୁର: ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ଦିନ ୩ଟାରେ ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଜଳଭଣ୍ଡାରରୁ ଏହି ୪ଟି ଗେଟ୍‌ ବନ୍ଦ କରିଦିଆଯିବା ପରେ ଏବେ ୩୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏଥିରେ ବାମ ପାର୍ଶ୍ବରୁ ୨୪ଟି ଥିବା ବେଳେ ଦକ୍ଷିଣ ପାର୍ଶ୍ବରୁ ୮ଟି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆଶା କରାଯାଉଛି ଯେ, ଆଗାମୀ ସମୟରେ ହୀରାକୁଦ ଜଳଭଣ୍ଡାରରୁ ଆହୁରି ଗେଟ୍‌ ବନ୍ଦ କରି ଦିଆଯାଇପାରେ। ପର୍ଯ୍ୟାୟ କ୍ରମେ ଡ୍ୟାମ୍‌ରୁ ଗେଟ୍‌ଗୁଡ଼ିକ ଖୋଲି ଦିଆଯିବା ପରେ ମହାନଦୀରେ ବନ୍ୟାଜଳ ହ୍ରାସ ପାଇବ, ଯାହାକୁ ତଳିଆ ଅଞ୍ଚଳର ଲୋକଙ୍କୁ ଆଶ୍ବସ୍ତି ପ୍ରଦାନ କରିବ।

ଅନ୍ୟପଟରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରଟି ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତାକାଲି ସକାଳେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ଆଜି ବେଶି ବର୍ଷା ହେବନି କିନ୍ତୁ ଅଗଷ୍ଟ ୧୯ ଓ ୨୦ରେ ବେଶି ବର୍ଷିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe