Four idols on the bathing altar Photograph: (sambad.in)
ପୁରୀ: ବୁଧବାର ସ୍ନାନ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀରେ ବିଜେ କରିଛନ୍ତି ।
ସୂଚନାଯୋଗ୍ୟ, ଜ୍ୟେଷ୍ଠ ମାସର ପବିତ୍ର ପୁର୍ଣ୍ଣିମାକୁ ସ୍ନାନ ପୂର୍ଣ୍ଣିମା ବା ଦେବସ୍ନାନ ପୁର୍ଣ୍ଣିମା ବୋଲି କୁହାଯାଏ। ଏହି ଦିନ ରତ୍ନବେଦୀ ଛାଡି ସ୍ନାନବେଦୀକୁ ବିଜେ କରିଥାନ୍ତି ଶ୍ରୀଜିଉ। ୧୦୮ କଳସୀର ପବିତ୍ର ଜଳରେ ସ୍ନାନ କରିଥାନ୍ତି ମହାବାହୁ। ଧାଡି ପହଣ୍ଡିରେ ବିଜେ କରନ୍ତି ଠାକୁର। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର ଓ ଦେବୀ ସୁଭଦ୍ରା ଆସିଥାନ୍ତି। ଶେଷରେ ସ୍ନାନ ମଣ୍ଡପକୁ ବିଜେ କରିଥାନ୍ତି ସମସ୍ତଙ୍କ ପ୍ରିୟ ଠାକୁର କାଳିଆ ସାଆନ୍ତ। ମହାସ୍ନାନ ପରେ ଠାକୁରମାନେ ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି।
puri | Puri Jagannath temple | Snan Purnima
Follow Us