ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ: ଗରିବ ଲୋକଙ୍କୁ ଆହୁରି ୪ ମାସ ପର୍ଯ୍ୟନ୍ତ ମାଗଣାରେ ମିଳିବ ରାସନ ସାମଗ୍ରୀ

ଭୁୁବନେଶ୍ବର: ଗରିିବ ଲୋକଙ୍କୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ ଯୋଗାଇ ଦେବା ପାଇଁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଦିନ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର‌ ମୋାଦୀଙ୍କୁ ଚିଠି ଲେଖିଥିଲେ। ଏବେ କେନ୍ଦ୍ର କ୍ୟାବିନେଟ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅବଧିକୁ ବୃଦ୍ଧି କରିଛନ୍ତି। ପୂର୍ବରୁୁ ଏହା ୭ ପାଇଁ ଯୋଜନା ହୋଇଥିବା ‌ଏବେ ଏହା ଆହୁରି ୪ ମାସ ବୃଦ୍ଧି କରାଯାଇଛି। ଏହା ଦ୍ବାରା ଓଡ଼ିଶା ସମେତ ଦେଶର ଲକ୍ଷ ଲକ୍ଷ ଗରିବ ପରିବାର ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ ନୀବନ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ ଯେ, କରୋନା ମହାମାରୀ ସମୟରେ କେନ୍ଦ୍ର ସରକାର ଆଉ ଆଠ ମାସ ପାଇଁ ଗରିବ ଲୋକଙ୍କୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ ଯୋଗାଇ ଦିଅନ୍ତୁ। ସୂଚନାଯୋଗ୍ୟ ଚଳିତବର୍ଷ ମେ’ ମାସ ଠାରୁ ରାସନ ସାମଗ୍ରୀ ଯୋଗାଇ ଦିଆଯାଉଥିଲା, ଯାହାକି ନଭେମ୍ବର ମାସରେ ଶେଷ ହେବାକୁ ଥିଲା ।  ଏବେ କେନ୍ଦ୍ର କ୍ୟାବିନେଟରେ ଏହାକୁ ମଞ୍ଜୁରୀ ମିଳିବା ସହିତ ଆଉ ୪ ମାସ ପାଇଁ ପିଏମ୍ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବୃଦ୍ଧି କରାଯାଇଛି ।

ତେବେ କେନ୍ଦ୍ର ସରକାରଙ୍କ ଘୋଷଣା ଅନୁସାରେ ୨୦୨୨ ମସିହା ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ମାଗଣାରେ ରାସନ ସାମଗ୍ରୀ ମିଳିବ । ଏନେଇ ଆଜି କ୍ୟାବିନେଟ୍ ମଞ୍ଜୁରୀ ପରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ପ୍ରେସମିଟ୍ କରି ସୂଚନା ଦେଇଛନ୍ତି । ଏହା ପୂର୍ବରୁ ମଧ୍ୟ କରୋନା କାରଣରୁ କେନ୍ଦ୍ର ସରକାର ନଭେମ୍ବର ମାସ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ମାଗଣାରେ ରାସନ ସାମଗ୍ରୀ ଦେଇଆସୁଥିଲେ ।

ସମ୍ବନ୍ଧିତ ଖବର