ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ମଧ୍ୟରେ ଏମସ୍ କର୍ମଚାରୀ

Advertisment
ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ମଧ୍ୟରେ ଏମସ୍ କର୍ମଚାରୀ

ଭୁବନେଶ୍ୱର:  ଗୁରୁବାର ଭୁବନେଶ୍ୱରରୁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ୪ ଜଣ ଚିହ୍ନଟ ହୋଇଥିବ‌ା ସୂଚନା ଦେଇଛି ଭୁବନେଶ୍ବର ମହ‌ାନଗର ନିଗମ। ବିଏମସି ପକ୍ଷରୁ ଟୁଇଟ୍ କରି କୁହାଯାଇଛି, ଏହି ୪ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ରହିଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତ ଜଣକ ହୋମ କ୍ବାରେଣ୍ଟିନରେ ଥିଲେ ଏବଂ ସେ ପୂର୍ବରୁ କଳିଙ୍ଗ ବିହାରରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସେହିପରି ଅନ୍ୟ ୩ଜଣ ସଂକ୍ରମିତ ସ୍ଥାନୀୟ ମାମଲା ରହିଥିବା ଭୁବନେଶ୍ୱର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛନ୍ତି। ୩ଜଣ ସଂକ୍ରମିତ ମଧ୍ୟରୁ ଜଣେ ଏମସ୍‌ର କର୍ମଚାରୀ ଥିବା ବେଳେ ଅନ୍ୟ ଦୁଇଜଣ ଆଇଗିଣିଆ ଓ ଡୁମୁଡ଼ୁମାର ରହିଛନ୍ତି। ଏମସର ଏହି କର୍ମଚାରୀ ଜଣେ ନର୍ସ ବୋଲି ସୂଚନା ମିଳିଛି। ନୂଆ ଚିହ୍ନଟ ରୋଗୀଙ୍କର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି ବୋଲି ମହାନଗର ନିଗମ ପକ୍ଷରୁ କୁହାଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ଆଜି ୨୫  ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଥିଲା। ସେ ମଧ୍ୟରୁ ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳର ୪ ଜଣ ଥିବା ସ୍ପଷ୍ଟ ହୋଇଛି।  ରାଜ୍ୟରେ ଆଜି ସକାଳେ ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୧୩ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe