ଭୁବନେଶ୍ୱର: କଥା, କାର୍ଯ୍ୟ ଓ ଚିନ୍ତାରେ ହିଂସା ତ୍ୟାଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ଵାନ ଜଣାଇଛନ୍ତି। ଭୁବନେଶ୍ୱର ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ୩୩ତମ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବକୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅହିଂସା ମହାତ୍ମା ଗାନ୍ଧୀଙ୍କର ବିଶ୍ୱକୁ ଶ୍ରେଷ୍ଠ ଦାନ। ଅହିଂସା ମାଧ୍ୟମରେ ହିଁ ବିଶ୍ୱର ବିଭିନ୍ନ ସମସ୍ୟାର ସମାଧାନ କରାଯାଇ ପାରିବ ବୋଲି ମତ ଦେଇ ଅହିଂସାକୁ ଜୀବନର ମୂଳମନ୍ତ୍ର କରିବା ପାଇଁ ଆହ୍ଵାନ କରିଛନ୍ତି।
ଚଳିତ ବର୍ଷ ସାରା ବିଶ୍ୱ ବାପୁଙ୍କ ୧୫୦ତମ ଜୟନ୍ତ୍ରୀ ପାଳନ କରୁଛି। ସ୍ୱାଧୀନତା ସଂଗ୍ରାମୀମାନେ ବାପୁଙ୍କ ଡାକରାରେ ଦେଶର ସଂଗ୍ରାମରେ ଯୋଗ ଦେବାର ସୌଭାଗ୍ୟ ପାଇଥିଲେ ଏବଂ ଏବେ ତାଙ୍କର ୧୫୦ତମ ଜୟନ୍ତୀ ପାଳନର ସୁଯୋଗ ମଧ୍ୟ ପାଇଛନ୍ତି। ସ୍ୱାଧୀନ ଭାରତ ପାଇଁ ସଂଗ୍ରାମୀମାନଙ୍କ ତ୍ୟାଗକୁ ଏ ଜାତି କେବେ ଭୁଲି ପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ତାଙ୍କ ଅଭିଭାଷଣରେ କହିଥିଲେ।
/sambad/media/post_attachments/wp-content/uploads/2020/01/Naveen-p.png)
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବନୀ ଚରଣ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମନ୍ତ୍ରୀ ଅଶୋକ ପଣ୍ଡା, ସହିଦ ସ୍ୱାଧୀନତା ସଂଗ୍ରାମୀ ସଦନର ଅଧ୍ୟକ୍ଷ ସାଂସଦ ଭର୍ତ୍ତୃହରି ମହତାବ, ସାଂସଦ ରମେଶ ଚନ୍ଦ୍ର ମାଝୀ, ବିଧାୟକ ସୁରେଶ କୁମାର ରାଉତରାୟ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ସ୍ୱାଧୀନତା ସଂଗ୍ରାମୀ ସର୍ବଭାରତୀୟ ସଭାପତି କୁଳକର୍ଣ୍ଣି ପ୍ରମୁଖ ଯୋଗ ଦେଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡଃ ହରେକୃଷ୍ଣ ମହତାବଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଡଃ ମହାତାବଙ୍କ ୧୨୦ତମ ଜନ୍ମବାର୍ଷିକୀ ଜାତୀୟ ଉତ୍ସବର ଲୋଗୋ ଓ ମହୋତ୍ସବର ସ୍ମରଣିକା ଉନ୍ମୋଚନ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/01/cm-talk02_Thumb.jpg)