୧୫ରେ ବର୍ଷାଙ୍କ ଆବେଦନର ପୂର୍ଣ୍ଣାଙ୍ଗ ଶୁଣାଣି

କଟକ : ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପ୍ରସଂଗକୁ ନେଇ ବର୍ଷା ପ୍ରିୟଦର୍ଶିନୀ ଦାୟର କରିଥିବା ଆବେଦନର ହାଇକୋର୍ଟରେ ସେପ୍ଟେମ୍ବର ୧୫ରେ ପୂର୍ଣ୍ଣାଙ୍ଗ ଶୁଣାଣି ହେବ। ଆଜି ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ହୋଇଥିଲା।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ମେ ୨୭ରେ ହାଇକୋର୍ଟ ଏ ସଂପର୍କିତ ମାମଲାର ଶୁଣାଣି କରି ବର୍ଷାଙ୍କ ବ୍ୟକ୍ତିଗତ ପ୍ରସଂଗକୁ ନେଇ ଅନୁଭବ ମହାନ୍ତି ଆଉ କୌଣସି ମନ୍ତବ୍ୟ ଦେଇପାରିବେ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ପରସ୍ପରକୁ ଆକ୍ଷେପ କରି ଆବେଦନକାରୀ ବର୍ଷା ଓ ପ୍ରତିପକ୍ଷ ଅନୁଭବ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇପାରିବେ ନାହିଁ ବୋଲି ହାଇକୋର୍ଟ କହିଥିଲେ।

ସମ୍ବନ୍ଧିତ ଖବର