ଗନ୍ଧମାର୍ଦ୍ଦନକୁ ଜୈବ ବିବିଧତା ଐତିହ୍ୟସ୍ଥଳ ମାନ୍ୟତା

Advertisment
ଗନ୍ଧମାର୍ଦ୍ଦନକୁ ଜୈବ ବିବିଧତା ଐତିହ୍ୟସ୍ଥଳ ମାନ୍ୟତା

ଭୁବନେଶ୍ବର : ଔଷଧୀୟ ଗଛରେ ପରିପୂର୍ଣ୍ଣ ଗନ୍ଧମାର୍ଦ୍ଦନ ପର୍ବତକୁ ଜୈବବିବିଧତା ଐତିହ୍ୟ ସ୍ଥଳ ମାନ୍ୟତା ପ୍ରଦାନ କରାଯାଇଛି। ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଘୋଷଣା ହୋଇଛି। ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପରିବ୍ୟାପ୍ତ ଥିବା ଏହି ଐତିହ୍ୟ ପାହାଡ଼ରେ ପ୍ରଚୁର ପରିମାଣର ଔଷଧୀୟ ବୃକ୍ଷ ସହ ମୂଲ୍ୟବାନ ପ୍ରାକୃତିକ ପଦାର୍ଥ ଉପଲବ୍ଧ ଅଛି।

publive-image Pinterest

ଏଥିରେ ୧୦୫୫ପ୍ରଜାତିର ବୃକ୍ଷଲତା ରହିଛି। ସେଥିମଧ୍ୟରେ ୮୪୯ ପ୍ରକାର ଫୁଲ, ବୁଦା, ଗୁଳ୍ମ, ଲତା ଜାତୀୟ ଉଦ୍ଭିଦ ସମେତ ପ୍ରାୟ ୩୦୦ପ୍ରକାର ଔଷଧୀୟ ଗଛ ରହିଛି। ୫୦୦ ପ୍ରକାର ପ୍ରାଣୀଙ୍କ ମଧ୍ୟରେ ୪୩ ପ୍ରକାରର ସ୍ତନ୍ୟପାୟୀ, ୧୬୧ ପ୍ରକାର ପକ୍ଷୀ, ୪୪ ପ୍ରକାର ସରୀସୃପ, ୧୧୮ ପ୍ରକାରର ପ୍ରଜାପତି, ୮୩ ପ୍ରକାର ବୁଢ଼ିଆଣୀ ଓ ୧୮ପ୍ରକାର ବିଲୁପ୍ତ ପ୍ରଜାତିର ପ୍ରାଣୀ ଅଛନ୍ତି।

publive-image TripAdvisor

ପୌରାଣିକ ଓ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ଗନ୍ଧମାର୍ଦ୍ଦନ ବି ବେଶ୍‌ ଗୁରୁତ୍ବ ବହନ କରେ। ଏହାର ଗୋଟିଏ ପଟେ ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଓ ଅନ୍ୟପଟେ ହରିଶଙ୍କର ମନ୍ଦିର ରହିଛି। ପ୍ରତିବର୍ଷ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଆଗମନ ହେଉଥିବାରୁ କିଛି ମାସ ତଳେ ଓଡ଼ିଶା ଜୈବବିବିଧତା ବୋର୍ଡ ପକ୍ଷରୁ ଏହାକୁ ଜୈବ ବିବିଧତା ଐତିହ୍ୟସ୍ଥଳ ମାନ୍ୟତା ପ୍ରଦାନ ଲାଗି ଜଙ୍ଗଲ ଓ ପରିବେଶ ବିଭାଗକୁ ପ୍ରସ୍ତାବ ଦିଆଯାଇଥିଲା। ଏବେ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe