ବିଧାନସଭାରେ ଗାନ୍ଧୀ ଜୟନ୍ତୀ

ଭୁବନେଶ୍ବର : ଭାରତୀୟ ସ୍ବାଧୀନତା ସଂଗ୍ରାମର ଅଗ୍ରଦୂତ, ସତ୍ୟ ଓ ଅହିଂସାର ପ୍ରତୀକ ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜୟନ୍ତୀ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇଥିଲେ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମହୋତ୍ସବରେ ଉପ-ବାଚସ୍ପତି ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗଦେଇ ଗାନ୍ଧୀଜୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ। ସାଂସ୍କୃତିକ ଅନୁଷ୍ଠାନ ଶାଶ୍ବତୀ ପକ୍ଷରୁ ଗାନ୍ଧୀଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନ ତୋ ଓ ରଘୁପତି ରାଘବ ରାଜାରାମ ପରିବେଷଣ ପରିବେଶକୁ ଗାମ୍ଭୀର୍ଯ୍ୟମୟ କରିଥିଲା।

ଏହି ମହୋତ୍ସବରେ ସୂଚନା ଓ ଲୋକସଂପର୍କ ବିଭାଗର ସଚିବ ବିଷ୍ଣୁପଦ ସେଠୀ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ବିଭାଗ ନର୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ବୈଷୟିକ ନିର୍ଦେଶକ ନିରଞ୍ଜନ ସେଠୀ, ବିଭାଗର ଉପ-ନିର୍ଦେଶକ ସନ୍ତୋଷ କୁମାର ଦାସ, ମାନସ ରଂଜନ ଖୁଣ୍ଟିଆ, ରାଜ୍ୟପାଳଙ୍କ ଲୋକସଂପର୍କ ଅଧିକାରୀ ରକ୍ଷକ ନାୟକ, ବାଚସ୍ପତିଙ୍କ ଲୋକସଂପର୍କ ଅଧିକାରୀ ଭୂଜଙ୍ଗ ରାଓ, ପ୍ରକାଶନ ପରିଚାଳକ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ ଥିଲେ। ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ସମ୍ବନ୍ଧିତ ଖବର